Hot Posts

6/recent/ticker-posts

ଜିଲ୍ଲାସ୍ତରୀୟ ସଂପୂଣ୍ଣତା ଅଭିଯାନ ସମ୍ମାନ ସମାରୋହ ଓ ଆକାଂକ୍ଷା ହାଟ ଶୁଭାରମ୍ଭ।

କୋରାପୁଟ, ୦୩ / ୦୮ ( ବିପିନ କୁମାର ହିଆଲ ) : କୋରାପୁଟ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ସଂପୂଣ୍ଣତା ଅଭିଯାନ ସମ୍ମାନ ସମାରୋହ ଅନୁଷ୍ଠିତ ହେବା ସହ ଆକାଂକ୍ଷା ହାଟର ଶୁଭାରମ୍ଭ ହୋଇଯାଇଛି । କୋରାପୁଟ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୋଜ ସତ୍ୟବାନ୍ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦ୍ ଘାଟନ କରିଥିଲେ ।

କୋଟପାଡ଼ ବିଧାୟକ ଶ୍ରୀଯୁକ୍ତ ରୂପୁ ଭାତ୍ରା , କୋରାପୁଟ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ସସ୍ମିତା ମେଲେକା, ଆଇ ଏ ଏସଏସ ପ୍ରୋବେସ୍ ନାରୀ ଶ୍ରୀ ସନ୍ତୋଷ କୁମାର ପାତ୍ର, ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଜୁଲାଇରୁ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ସଂପୂଣ୍ଣତା ଅଭିଯାନ ସମୟରେ ଆକାଂକ୍ଷା ଜିଲ୍ଲା କାର୍ଯ୍ୟକ୍ରମ ଏବଂ ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ ଅଧିନରେ ଛୋଅଟି ମୂଖ୍ୟ କାର୍ଯ୍ୟଦକ୍ଷତା ସୂଚକରେ ହାସଲ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ , ସର୍ବସମ୍ମୁଖରେ ଥିବା କର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ସମ୍ମାନିତ କରିବା ପାଇଁ ଉକ୍ତ କାର୍ଯ୍ୟକ୍ରମଟି ଆୟୋଜନ କରାଯାଇଥିଲା ।