ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ ସମାରୋହ।
କୋରାପୁଟ, ୧୦ / ୦୮ (ବିପିନ କୁମାର ହିଆଲ) : ମାନ୍ୟବର ମୁଖ୍ୟନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ କୋରାପୁଟ ସ୍ଥିତ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ୍ ଠାରେ ୨୮୦କୋଟି ଟଙ୍କା ବ୍ୟୟରେ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି । ଏବଂ ଏହି ଅବସରରେ ଜୟପୁର ଠାରୁ ବ୍ରହ୍ମପୁର ଦେଇ ଭୁବନେଶ୍ୱର ଇକୋନୋମିକ କରିଡୋର ୬ ଲେନ୍ ବିଶିଷ୍ଟ ରାସ୍ତା ଖୁବଶୀଘ୍ର ନିର୍ମାଣ ହେବ ବୋଲି ମୂଖ୍ୟ ମନ୍ତ୍ରୀ ଘୋଷଣା କରିଥିଲେ । ଇଥି ସହିତ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏଵଂ ହସ୍ପିଟାଲରେ ଆବଶ୍ୟକ ଥିବା ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ପୂରଣ ହେବ ବୋଲି ମଧ୍ୟ ମୂଖ୍ୟ ମନ୍ତ୍ରୀ ଘୋଷଣା କରିଥିଲେ। ଏହି ଅବସରରେ ମୂଖ୍ୟମନ୍ତ୍ରୀ ନିଜ ଅଭଭାଷଣରେ କହିଥିଲେ ଯେ ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟ ବାସିଙ୍କୁ ଯେପରି ଆଉ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହରକତ ହେବାକୁ ନପଡେ ସେଥିପାଇଁ ଆମ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି ।ଏହି ମେଡିକାଲ କଲେଜ ହସ୍ପିଟାଲ ଦ୍ବାରା କୋରାପୁଟ ସମେତ ମାଲକାନଗିରି,ନବରଙ୍ଗପୁର,ରାୟଗଡ଼ା ଆଦି ଜିଲ୍ଲା ଏବଂ ପୋଡ଼ଶୀ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ର। ଲୋକମାନେ ମଧ୍ୟ ଉପକୃତ ହେବେ । ଏହି ନୂଆଁ ହସ୍ପିଟାଲ ରେ ଆପଣାମାନେ ସବୁପ୍ରକାରର ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇପାରିବେ । ମୂଖ୍ୟ ମନ୍ତ୍ରୀ ପୁଣି କହିଲେ ଯେ, ବିକାଶ ସହିତ ଦୁର୍ନୀତିମୁକ୍ତ ଶାସନ ଦେବା ଆମର କର୍ତ୍ତ୍ୟବ । ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ଵାସ୍ଥ୍ୟ ସେବା କ୍ଷେତ୍ରରେ ଗୁଣାତ୍ମକ ମାନ ବୃଦ୍ଧିକରିବା ଉପରେ ପ୍ରାଥମିକତା ଦେଉଛନ୍ତି । ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବର୍ଷ ବର୍ଷ ଧରି ଖାଲି ପଡ଼ିଥିବା ପଦବୀ ଅଗ୍ରାଧିକାର ଭିତ୍ତିରେ ପୂରଣ କରାଯାଉଅଛି । ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ଅଛି ।ଖୁବ୍ ଶୀଘ୍ର ଆଉ ୪ଗୋଟି ଜିଲ୍ଲାରେ ଅର୍ଥାତ୍ ଢେଙ୍କାନାଳ, ଜଗତସିଂହପୁର,ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ। ଏହି ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ରୋଗୀମାନଙ୍କ ପାଇଁ ବହୁବିଧ ଚିକିତ୍ସା ସୁବିଧା କରାଯାଉଛି । ଯଥା : ସିଟି ସ୍କାନ, ଡାଏଲିସିସ,ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ଯ କରାଯାଉଛି । ଗୁରୁତ୍ୱର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହିବ ସେଥି ନିମନ୍ତେ ଅକ୍ସିଯେନ୍ ପ୍ଲାଣ୍ଟ ବସା ଯାଉଛି । ଏହି ହସ୍ପିଟାଲ ସଂଲଗ୍ନ ୨ ଏକର୍ ପରିମିତ ଜମିରେ କ୍ୟାନ୍ସର ଚିକିତ୍ସା ହସ୍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି । ସେଥିପାଇଁ ଆମ ସରକାର ପ୍ରାୟ ୪୧କୋଟି୧୫ ଲକ୍ଷ ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି ସେ କହିଛନ୍ତି । ଆମ ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି । ବର୍ତ୍ତମାନ ରଜ୍ୟବାସୀଙ୍କୁ ସ୍ଵାସ୍ଥ୍ୟ ସେବା ଯୋଗାଇଦେବା କ୍ଷେତ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟ କରୁଛି । ଏହା ମାଧ୍ୟମରେ ଆମ ରାଜ୍ୟର ୩ କୋଟି ୪୬ ଲକ୍ଷ ଅର୍ଥାତ୍ ୮୦%ଲୋକ ଉପକୃତ ହେଉଛନ୍ତି ।ବର୍ତ୍ତମାନ ସୁଧା ଏହି ଦୁଇଟି ଯୋଜନାରେ ରାଜ୍ୟର ପ୍ରାୟ ୩ଲକ୍ଷ ୯୧ ହଜାର ହିତାଧିକାରୀମାନଙ୍କ ପାଇଁ ୯୦୦କୋଟି ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି । ସେହି ଭଳି ଧନୀ,ଗରିବ ନିର୍ବିଶେଷରେ ୭୦ବର୍ଷରୁ ଉର୍ଦ୍ଧ୍ବ ୮୬୪୪ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ୩୫ କୋଟି ୬୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି ବୋଲି ମୂଖ୍ୟ ମନ୍ତ୍ରୀ କହିଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ତଥା ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ, ମତ୍ସ୍ୟ ଓ ପ୍ରାଣସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ,ଲକ୍ଷ୍ମୀପୁର ବିଧାୟକ ଶ୍ରୀଯୁକ୍ତ ପବିତ୍ର ସଉନ୍ତା କୋଟପାଡ଼ ବିଧାୟକ ଶ୍ରୀଯୁକ୍ତ ରୂପୁ ଭତ୍ରା,ଜିଲ୍ଲାପାଳ ଶ୍ରୀଯୁକ୍ତ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ସମାରୋହରେ ଆନୁଷ୍ଠାନିକ ସ୍ଵାଗତ ଭାଷଣ କୋରାପୁଟ ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ ଦେଇଥିବା ବେଳେ ଜୟପୁର ବିଧାୟକ ଶ୍ରୀଯୁକ୍ତ ତାରାପ୍ରସାଦ ବାହିନୀପତି ଆନୁଷ୍ଠାନିକ ଧନ୍ୟବାଦ୍ ଅର୍ପଣ କରି କାର୍ଯ୍ୟକ୍ରମ ସମାପ୍ତ କରିଥିଲେ ।