ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ।
ଫୁଲବାଣୀ : ୦୪/୦୯ (ବାଳକୃଷ୍ଣ କହଁର) କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଲାଇନପଡା କୁଇଦିନା ଇନ୍ଦିରାଗାନ୍ଧୀ ମହାବିଦ୍ୟାଳୟ ରେ ଆଜି ଅବସର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସୂଚନା ପ୍ରକାରେ ଲାଇନପଡା କୁଇଦିନା ଇନ୍ଦିରାଗାନ୍ଧୀ ମହାବିଦ୍ୟାଳୟ ର ଜଣେ ଚତୃର୍ଥ ଶ୍ରେଣୀ କର୍ମଚାରୀ ଭାବେ ଶ୍ରୀଯୁକ୍ତ ସୁଦର୍ଶନ କହଁର ଦୀର୍ଘ ୨୭ ବର୍ଷ ଧରି କାର୍ଯ୍ୟ କରି ଆସୁଥିଲେ । ସେ ଜଣେ ହୃଦୟ ବାନ କର୍ମ ପରାୟଣ ବ୍ୟକ୍ତି ଥିଲେ ନିଜର ଦାୟିତ୍ୱ ସଠିକ ଭାବେ ତୁଲାଇ ବିଦ୍ୟାଳୟ ରେ ସମସ୍ତଙ୍କ ର ପ୍ରିୟ ଭାଜନ ଥିଲେ । ଅବସର ଗ୍ରହଣ କରିଥିବା ରୁ ଆଜି ବିଦ୍ୟାଳୟ ପକ୍ଷରୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ଟି ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ କରାଯାଇଥିବା ବେଳେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଧ୍ୟାପକ ଶ୍ରୀଯୁକ୍ତ ପ୍ରସନ୍ନ କୁମାର ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ ଡଃ ତ୍ରୈଲୋକ୍ୟ ନାଥ ସେନାପତି ଯୋଗଦେଇ ଥିଲେ । ଏଥିରେ ଅଧ୍ୟାପକ ସନ୍ତୋଷ କୁମାର ତ୍ରିପାଠୀ, ଅକ୍ଷୟ କୁମାର ଦିଗାଲ, ଜିତେନ୍ଦ୍ର ମହାନ୍ତି,ଅମୀୟ କୁମାର ପଟ୍ଟନାୟକ, ଅଧ୍ୟାପିକା ଶୁଭଶ୍ରୀ ଦିଗାଲ , ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ ।କନ୍ଧମାଳ ରୁ ଜିଲ୍ଲା ପ୍ରତିନିଧି ବାଳକୃଷ୍ଣ କହଁର ଙ୍କ ରିପୋର୍ଟ।