ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର
ରାୟଗଡ଼ା, ୨୫ / ୦୯ ( ଭି. ଗୌରି ଶଙ୍କର ରାଓ ) : ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୨୫.୦୯.୨୦୨୫ ରିଖ ଗୁରୁବାର ଦିନ ଘ ୧୧.୦୦ମି ରେ ସ୍ଥାନୀୟ କୁଲି ଗ୍ରାମ ପଞ୍ଚାୟତ ପରିସରରେ ଥିବା କଲ୍ୟାଣ ମଣ୍ଡପରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ଓ ଜିଲ୍ଲା ଶ୍ରମ ବିଭାଗ ମିଳିତ ଆନୁକୁଲ୍ୟରେ ପ୍ରବାସୀ ଶ୍ରମିକ ମାନଙ୍କ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଜିଲ୍ଲାର ଡିଭିଜନାଲ ଲେବର କମିଶନର ଶ୍ରୀ ସୁବାସ ଚନ୍ଦ୍ର ମଣ୍ଡଳ, ଜିଲ୍ଳା ଶ୍ରମ ଅଧିକାରୀ ରବିନ୍ଦ୍ରନାଥ ତ୍ରିପାଠୀ, ଜିଲ୍ଲାର ଅତିରିକ୍ତ ଶ୍ରମ ଅଧିକାରୀ, ରାୟଗଡା ପଞ୍ଚାୟତ ସମିତିର ଉପାଧ୍ୟକ୍ଷ, କୁଲି ଗ୍ରାମ ପଞ୍ଛାୟତ ର ସରପଞ୍ଚ, ନାଏବ ସରପଞ୍ଚ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ଥିଲେ I ନିଜର ବକ୍ତବ୍ୟରେ ରାୟଗଡା ଜିଲ୍ଲାର ଡିଭିଜନାଲ ଲେବର କମିଶନର ଶ୍ରୀ ସୁବାସ ଚନ୍ଦ୍ର ମଣ୍ଡଳ ଶ୍ରମିକ ମାନଙ୍କ ପାଇଁ ଉପଲବ୍ଧ ଥିବା ସରକାରଙ୍କ ର ବିଭିନ୍ନ ଜନମଙ୍ଗଳକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ I ସେହିପରି ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଶ୍ରମିକ ମାନଙ୍କର ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇଁ କହିଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ବକ୍ତବ୍ୟରେ ଅନ୍ୟ ସ୍ଥାନକୁ କାର୍ଯ୍ୟ କରିବା ପାଇଁ ଗଲେ ଜିଲ୍ଲା ଶ୍ରମ ଅଧିକାରୀଙ୍କ ପାଖରେ ପଞ୍ଜିକରଣ କରିବା ପାଇଁ ସମସ୍ତ ଶ୍ରମିକ ମାନଙ୍କୁ ଅନୁରୋଧ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ କୁଲି ଗ୍ରାମ ପଞ୍ଚାୟତ ର ସମସ୍ତ ଶ୍ରମିକ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I