ଏନ୍.ଏସ୍.ଏସ୍ ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦ୍ଘାଟିତ
କର୍ଲାମୁଣ୍ଡା, ୩୦/୯ (ସୁଶାନ୍ତ ରଣା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକସ୍ଥିତ ତେରେସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଜାତୀୟ ସେବା ଯୋଜନା ତରଫରୁ ଶୀତକାଳିନ ସ୍ଵତନ୍ତ୍ର ଶିବିର ଆଜି ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀ ମୁରଲିଧର ରଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶିବିରାର୍ଥୀଙ୍କୁ ସେବା ଯୋଜନାର ଅନେକ ଉପକାରିତା ବିଷୟରେ ଆଲୋକପାତ କରିଥିଲେ । ଉଦଘାଟନୀ ଉତ୍ସବରେ ଜାତୀୟ ସେବା ଯୋଜନାର ଅଧିକାରୀ ଆଭାସ ଚନ୍ଦ୍ର ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I ଶିବିରରେ ୫୦ ଜଣ ସ୍ଵେଚ୍ଛାସେବୀ ଯୋଗଦାନ କରିବା ସହିତ ପ୍ରଥମ ଦିବସରେ ତେରେସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶ୍ରେଣୀଗୃହ ତଥା ବାହ୍ୟ ପରିବେଶ ସଫାସୁତରା କରିଥିଲେ I ବିଦ୍ୟାଳୟର କନିଷ୍ଠ କିରାଣୀ ଦେବେନ୍ଦ୍ର ରଣା, ଡୋଳାମଣି ଗହୀର, ରାଧାମୋହନ ଗହୀର, ତପୋବନ୍ତ ଗହୀର ପ୍ରମୁଖ ସହଯୋଗ କରିଥିଲେ I