ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଳବହାଦୁର ଶାସ୍ତ୍ରୀଜୀଙ୍କ ଜୟନ୍ତି ପାଳିତ l
ରାୟଗଡା, ୦୪ / ୧୦ ( ଭି. ଗୌରି ଶଙ୍କର ରାଓ ) : ରାୟଗଡା ଜିଲ୍ଳା ପ୍ରଶାସନର ଜିଲ୍ଳା ସୂଚନା ଓ ଲୋକ ସଂପର୍କ ବିଭାଗ ସୈାଜନ୍ୟତାରେ ରାୟଗଡା ଜିଲ୍ଳା ସଦର ମହକୁମାର ସ୍ଥାନୀୟ ମହାତ୍ମା ଗାନ୍ଧୀ ପ୍ରମୋଦ ଉଦ୍ୟାନ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତି ପାଳିତ ହୋଇଯାଇଛି । ଏହି ଅବସରରେ ବିଭାଗ ପକ୍ଷରୁ ସହରରେ ପ୍ରାତଃ ରାମଧୂନ ପ୍ରଚାର ହୋଇଥିଲା, ଜିଲ୍ଲାପାଳ ରୟାଗଡ଼ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣି ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ.ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ପୂଜ୍ୟପୂଜା କରିଥିଲେ l ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ନବୀନ ଚନ୍ଦ୍ର ନାଏକ,ଉପଜିଲ୍ଲାପାଳ ରାୟଗଡ଼ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ସମ୍ମାନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ଶିକ୍ଷବିତ୍ତ ଡ଼ଃ ଦୁଷ୍ମନ୍ତ କୁମାର ମହାନ୍ତି,ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଜଳନ୍ଧର ପୁଷିକା,ପ୍ରେମ ପାହାଡ଼ ୱାକର୍ଷ କ୍ଲବର ରାଜେନ୍ଦ୍ର ସାହୁ ଓ ଅନ୍ୟାନ୍ୟ ସଦସ୍ୟ,ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବସନ୍ତ କୁମାର ପ୍ରଧlନ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତରହି ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯିବା ପରେ ସେଠାରେ ସର୍ବଧର୍ମ ପ୍ରାର୍ଥନା ସଭା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।ହିନ୍ଦୁ ଧର୍ମର ଧର୍ମ ଗୁରୁ ପଣ୍ଡିତ ଗଙ୍ଗାଧର ବ୍ରହ୍ମା ପବିତ୍ର ଗୀତ , କ୍ରୀଷ୍ଟ ଧର୍ମର ପlଷ୍ଟର ଆନ୍ଦ୍ରୀୟ ବାଛେଳି ପବିତ୍ର ବାଇବଲ ,ଇସଲାମ ଧର୍ମର ମୌଲାନା ମ. ଅଲି, କୋରାନ ପାଠ କରିଥିଲେ l ଏଥିରେ ଶିକ୍ଷୟତ୍ରୀ ସୁଜାତା ମାଦଳା,ଆର ରଜନୀ କୁମାରୀ, ରିତାରାଣୀ ମିଶ୍ର, ଶିକ୍ଷକ ଅଶୋକ ଦାଶ, ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ଦେବକୀ ଗହୀର, ପ୍ରଭାତୀ ଖୁଣ୍ଟିଆ ଓ ଶିକ୍ଷକ ସୁରେଶ ବାରିକ,ପୌର ପରିଷଦର କର୍ମଚାରୀ, ସ୍ଵେଛସାଥି ଆଦି ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ଯୋଗଦାନ କରି ମାଲ୍ୟାର୍ପଣ କରିଥିଲେ l ଜିଲ୍ଳା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।