Hot Posts

6/recent/ticker-posts

ନନ୍ଦାହାଣ୍ଡି ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର, ୧୦/୧୧ ( ଶେଖର ଖୁରା ) : ଆଜି ନନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ,ଜିଲ୍ଲାପରିଷଦ ସଭ୍ୟ ( ଜୋନ -୧) ଦିବ୍ୟାଦନ ସୁନା, ବି ଡି ଓ ନନ୍ଦାହାଣ୍ଡି କ୍ଷୀରୋଦ ଚନ୍ଦ୍ର ସାହୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।