Hot Posts

6/recent/ticker-posts

ଜିଲ୍ଲାସ୍ତରୀୟ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ

କନ୍ଧମାଳ, ୨୬/୧୨ (ଅଚ୍ୟୁତ ଜାନୀ ଙ୍କ ରିପୋର୍ଟ) : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ ସ୍ଥାନୀୟ କରୋନେସନ ପଡିଆଠାରେ ଗୁରୁବାର ଦିନ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ତଥା ସୁଶାସନ ଦିବସ ପାଳନ କରାଯାଇଛି । ଏହି ଅବସରରେ ମାନ୍ୟବର କନ୍ଧମାଳ ସାଂସଦ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ମାନ୍ୟବର ଫୁଲବାଣୀ ବିଧାୟକ ଶ୍ରୀ ଉମାଚରଣ ମଲ୍ଲିକ, କନ୍ଧମାଳ ଜିଲ୍ଲାପାଳ ଶ୍ରୀ ବେଦଭୂଷଣ ଓ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇନଜୀବୀ ଶ୍ରୀ ବିଜୟ କୃଷ୍ଣ ପଟ୍ଟନାୟକ ଯୋଗଦେଇଥିଲେ । ସୁଶାସନ ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିବା ସହ ମାନପତ୍ର ପ୍ରଦାନ କରିଥିଲେ ଏବଂ ବିଭିନ୍ନ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କର ମନୋରଂଜନ କରିଥିଲେ । ଜିଲ୍ଲାପାଳ ସ୍ବାଗତ ଓ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଫୁଲବାଣୀ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ପ୍ରଶାସକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଗଦାଧର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶମ୍ଭୁନାଥ ନନ୍ଦୀ, ଫୁଲବାଣୀ ଉପଜିଲ୍ଲାପାଳ ଶ୍ରୀ ଭିକାରୀ ସାହୁ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରବୀଣ ବାଣୁଆ, ଅନ୍ତର୍ଜାତୀୟ ଚେସ୍ ଖେଳାଳି ଶ୍ରୀ ସ୍ଵୟଂଶୁ ସତ୍ୟପ୍ରଜ୍ଞାନ, ଅଲିମ୍ପିୟାନ ତଥା ଅର୍ଜୁନ ପୁରସ୍କାରରେ ପୁରସ୍କୃତ ଶ୍ରୀ କେ ରବି କୁମାର, ଅନ୍ତର୍ଜାତୀୟ ୧୦୦ ଓ ୨୦୦ ମି. ଧାବିକା ଦୁତୀ ଚାନ୍ଦ, ଚେସ ଖେଳାଳି ସାଞ୍ଚି ସାହୁ, ଜିଲ୍ଲା କ୍ରିଡା ଅଧିକାରୀ ସମୀର ନାୟକ, ଫୁଲବାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୌମ୍ୟରଞ୍ଜନ ପାତ୍ର, ଫୁଲବାଣୀ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସମରେଶ ମହାନ୍ତି, ଭାଜପା ଜିଲ୍ଲା ସଭାପତି ପଣ୍ଡିତ ବିସି ମାଝୀଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି, ଛାତ୍ରଛାତ୍ରୀ, ଗାଇଡ ଶିକ୍ଷକ ଶିକ୍ଷୟିତ୍ରୀ, ଜନସାଧାରଣ ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।