Hot Posts

6/recent/ticker-posts

ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ମୁନିଗୁଡା/ରାୟଗଡ, ୦୮/୧୨ ( ଭି. ଗୌରି ଶଙ୍କର ରାଓ ) : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାଥି ଏସ କୁମାର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୩୬ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୨୯ ବ୍ୟକ୍ତିଗତ,୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମହାଦେବ ଚିଚୁଆନ, ଉଠା ଜଳ ସେଚନ ନିର୍ବାହୀ ଯନ୍ତ୍ରୀ ଜନାର୍ଦ୍ଦନ ଷଡଙ୍ଗି, ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସହକାରୀ ବନ ସଂରକ୍ଷକ ସନ୍ଦିପ ପୃଷ୍ଟି, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ସହକାରୀ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତିଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁନିଗୁଡା ତହସିଲଦାର ଏମ ଅନୁରାଧା, ମୁନିଗୁଡା ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।