Hot Posts

6/recent/ticker-posts

ଛାତରୁ ପଡ଼ି ଯୁବକଙ୍କ ମୃତ୍ୟୁ

ବରୀ, ୨୬/୧୨ ( ରଂଜିତ ମହାନ୍ତି ) : ଚନ୍ଦନପୁର ପଞ୍ଚାୟତର ଦୁର୍ଯ୍ୟୋଧନ ବେହେରାଙ୍କ ପୁଅ ମନୋଜ ବେହେରା ନିଜ ଘର ଛାତ ଉପରେ ଖାଇ ବସିଥିଲେ | ଖାଇ ସାରିବା ପରେ ହାତ ଧୋଇବା ସମୟରେ ଅସାବଧାନତା ବଶତଃ ଛାତରୁ ତଳକୁ ଖସିପଡ଼ିଥିଲେ । ପରିବାର ଲୋକେ ଚିକିତ୍ସା ପାଇଁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ | ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ | ମୃତ ମନୋଜ ବାଙ୍ଗାଲୋରର ଏକ ଘରୋଇ କମ୍ପାନୀରେ କାର୍ଯ୍ୟକରି ପରିବାର ପ୍ରତିପୋଷଣ କରୁଥିଲେ । ଏହି ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବରୀ ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହିତ ଆବଶ୍ୟକ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ବରା ପୁଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ନିମନ୍ତେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ସୂଚନା ମିଳିଛି।