ବରୀ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ବଳରାମ ଜେନାଙ୍କ ପରଲୋକ
ବରୀ, ୧୬/୧୨ ( ରଂଜିତ ମହାନ୍ତି ) : ବରୀ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ବଳରାମ ଜେନାଙ୍କର ଆଜି ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଆଜି ସକାଳୁ ହୃଦଘାତ ହେବାରୁ ତାଙ୍କର ଦେହାନ୍ତ ହୋଇ ଯାଇଥିଲା । ଏହି ଖବର ପାଇ ଶତାଧିକ ବ୍ୟକ୍ତି ତାଙ୍କ ବରୀ ବାଗଦା ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁରେ ବିଜେପି ନେତା ଉମେଶ ଜେନା ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ।