Hot Posts

6/recent/ticker-posts

ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଉଦଘାଟିତ

ଭବାନୀପାଟଣା, ୨୨/୦୧ ( ବିଷ୍ଣୁ ଚରଣ ସ୍ୱାଇଁ ) : ସ୍ଥାନୀୟ ପିଏମ୍ ଶ୍ରୀ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ମୁଖ୍ୟ ବକ୍ତା ଭାବେ ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଶିବପ୍ରସାଦ ବେହେରା, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅନିମେଷ ପ୍ରଧାନ, ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ପବିତ୍ର ମୋହନ ସାହୁ, ସଦର ବିଧାୟକଙ୍କ ପ୍ରତିନିଧି ଇନ୍ଦ୍ରଜିତ୍ ମହାକୁଡ଼, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ ଓ ହେମସାଗର ମହାନନ୍ଦ ଉପସ୍ଥିତ ଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରି ଏହିସଭାପତିତ୍ୱ କରିଥିଲେ। ପ୍ରାରମ୍ଭରେ ତଳବେଲଗାଁ ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନେ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ ଉଦ୍ଦେଶ୍ୟ ଜ୍ଞାପନ ଓ ସ୍ଵାଗତ ଭାଷଣ ଦେଇଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ପଞ୍ଚସଖା ଶିକ୍ଷା ସେତୁ ଜିଲ୍ଲା ସଂଯୋଜକ ପ୍ରଶାନ୍ତ ନନ୍ଦ। ପଲମ ସିଆରସିସି ଡିଲେଶ୍ୱର ରଣା ମଞ୍ଚ ପରିଚାଳନା କରିଥିଲେ। ପରେପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଘୁମୁରା ଓଡ଼ିଶୀ ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

କଲାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋଟି