ନନ୍ଦାହାଣ୍ଡି ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର, ୨୩/୦୩ ( ଶେଖର ଖୁରା ): ଆଜି ନନ୍ଦାହାଣ୍ଡିବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ କ୍ଷୀରୋଦ ଚନ୍ଦ୍ର ସାହୁ,ତହସିଲଦାର ଚନ୍ଦ୍ରଦାସ ମହାନନ୍ଦିଆ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୨୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୨ ଟି ଅଭିଯୋଗ ସମାଧାନ ତତକ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୦୭ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ସହାୟତା କାର୍ଡ ପ୍ରଦାନ କରାଯାଇଥିଲା। ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ୨ ଜଣ ଦିବ୍ୟାଙ୍ଗଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମାପ ନିଆଯାଇଥିଲା।ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୧୦ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା।
ଶେଖର ଖୁରା ଙ୍କ ରିପୋର୍ଟ ନବରଙ୍ଗପୁର .