ନବରଙ୍ଗପୁର ଠାରେ ଜିଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର, ୦୬/୦୪ ( ଶେଖର ଖୁରା ) : ଆଜି ଜିଲ୍ଲାପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୧ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।
ଶେଖର ଖୁରା ଙ୍କ ରିପୋର୍ଟ ନବରଙ୍ଗପୁର