Hot Posts

6/recent/ticker-posts

ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରା ଚାଲାଣ ବିରୋଧରେ ସଚେତନତା ।

ଯାଜପୁର, ୨୬/୦୬ ( ନିରୋଜ କୁମାର ସେଠୀ ) :  ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ତଥା ଚୋରା ଚାଲାଣ ବିରୋଧରେ ସଚେତନତା ଦିବସ ପାଳନ କରାଯାଇଛି। ଏହି ଅବସରରେ ମାଂସାପୋଲ ନିକଟସ୍ଥ ରାମ ମନ୍ଦିର ନିକଟରୁ ଗୌତମ ବୁଦ୍ଧ ସଂସ୍କୃତି ଭବନ ଯାଏଁ ଏକ ସଚେତନତା ରାଲି କରାଯାଇଥିଲା। ଏଥିରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏବଂ ଅବକାରୀ ବିଭାଗର କର୍ମଚାରୀମାନେ ଯୋଗ ଦେଇଥିଲେ। ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୋଧରେ ପ୍ଲାକାର୍ଡ ସ୍ଲୋଗାନ ଏବଂ ଗୀତ ମାଧ୍ୟମରେ ସଚେତନତା ବାର୍ତ୍ତା ଦିଆଯାଇଛି। ଜିଲ୍ଲା ଅବକାରୀ ଅଧିକ୍ଷକ ଅଜୟ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡେପୁଟି ଅଧିକ୍ଷକ ଅନିତା ଓଝା, ଅବକାରୀ ଇନ୍ସପେକ୍ଟର ସସ୍ମିତା ହୋତା ଏବଂ ଅବକାରୀ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।