ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ମୁନିଗୁଡା, ୧୬/୦୬ ( ଭି. ଗୌରି ଶଙ୍କର ରାଓ ) : ୧୬-୦୬-୨୦୨୬ରିଖ ଦିନ ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାଜ ପ୍ରସାଦ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଦୁଧାଲ ଅଭିଷେକ ଦିଲୀପ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ ଯୋଗ ଦେଇଥିଲେ। ଆଜି ମୋଟ ୮୧ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୪୫ ବ୍ୟକ୍ତିଗତ,୩୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।