Hot Posts

6/recent/ticker-posts

କଟକ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଟକ, ୦୯/୦୬ ( କାହୁଁ ଚରଣ ସ୍ୱାଇଁ ) : କଟକ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ସୋମବାର ନରସିଂହପୁର ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୨୩ ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୧୧୮ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୫ଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୪୯ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା ।