Hot Posts

6/recent/ticker-posts

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, ୦୮/୦୬ ( ଜଗଦିଶ ମେହେର ) : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକର ବିଶିମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୨୭ (ସତେଇଶ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୧୭ (ସତର)ଟି ବ୍ୟକ୍ତିଗତ ଏବଂ ୧୦ (ଦଶ)ଟି ସାମୂହିକ ଦରଖାସ୍ତ ଥିଲା। ୩ (ତିନି)ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ରହିଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି। ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ଡ଼ ସୌମ୍ୟ ରୁପା ରଥ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସୋନପୁର ଶ୍ରୀ ପ୍ରତୀକ କରଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଶିବିରରେ ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ସେମାନଙ୍କ ପ୍ରତିନିଧିମାନେ ଉପସ୍ଥିତ ଥିଲେ।