ନବରଙ୍ଗପୁର, ୨୪/୦୬ ( ଶେଖର ଖୁରା ) : ନବରଙ୍ଗପୁର ସ୍ଥିତ ହୋଟେଲ ତୃପ୍ତି ପରିସରରେ ଆଜି ଆମ ଆଦମୀ ପାର୍ଟି (ଆପ୍) ପକ୍ଷରୁ ନବରଙ୍ଗପୁର ବିଧାନସଭା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସାଙ୍ଗଠନିକ କାର୍ଯ୍ୟକ୍ରମ ଓ ଜନସମ୍ପର୍କ ଅଭିଯାନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବୈଠକ ଆୟୋଜିତ ହୋଇଥିଲା। ବୈଠକରେ ଆମ ଆଦମୀ ପାର୍ଟି ଓଡ଼ିଶାର ସହ-ପ୍ରଭାରୀ ଅଜିତ୍ ପାଲ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ମଜବୁତ କରିବା ସହ ଲୋକଙ୍କ ସମସ୍ୟା ପ୍ରତି ସଚେତନ ରହି କାର୍ଯ୍ୟ କରିବାକୁ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସୁନୀଲ କୁମାର ଷଡଙ୍ଗୀ ଏବଂ ଲକ୍ଷ୍ମୀ ଚନ୍ଦ୍ର ଟାକ୍ରୀ ଯୋଗଦେଇ ଦଳର ନୀତି, ଆଦର୍ଶ ଓ ଆଗାମୀ କାର୍ଯ୍ୟଯୋଜନା ସମ୍ପର୍କରେ ନିଜ ମତାମତ ରଖିଥିଲେ। ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ଅନେକ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେଇ ସାଙ୍ଗଠନିକ ସୁଦୃଢ଼ତା, ଜନସମସ୍ୟାର ସମାଧାନ ଏବଂ ଦଳୀୟ କାର୍ଯ୍ୟକ୍ରମକୁ ଗାଁ ଗାଁରେ ପହଞ୍ଚାଇବା ନେଇ ଆଲୋଚନା କରିଥିଲେ। ବୈଠକ ଶେଷରେ ଆଗାମୀ ଦିନରେ ଦଳୀୟ କାର୍ଯ୍ୟକଳାପକୁ ଆହୁରି ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କ ମଧ୍ୟରେ ଦଳର ବାର୍ତ୍ତା ପହଞ୍ଚାଇବା ପାଇଁ ସମସ୍ତ କର୍ମୀ ସଂକଳ୍ପବଦ୍ଧ ହୋଇଥିଲେ। ବୈଠକଟି ସଫଳତାର ସହ ସମାପ୍ତ ହୋଇଥିଲା। ପରିସରରେ ଆଜି ଆମ ଆଦମୀ ପାର୍ଟି (ଆପ୍) ପକ୍ଷରୁ ନବରଙ୍ଗପୁର ବିଧାନସଭା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସାଙ୍ଗଠନିକ କାର୍ଯ୍ୟକ୍ରମ ଓ ଜନସମ୍ପର୍କ ଅଭିଯାନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବୈଠକ ଆୟୋଜିତ ହୋଇଥିଲା। ବୈଠକରେ ଆମ ଆଦମୀ ପାର୍ଟି ଓଡ଼ିଶାର ସହ-ପ୍ରଭାରୀ ଅଜିତ୍ ପାଲ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ମଜବୁତ କରିବା ସହ ଲୋକଙ୍କ ସମସ୍ୟା ପ୍ରତି ସଚେତନ ରହି କାର୍ଯ୍ୟ କରିବାକୁ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସୁନୀଲ କୁମାର ଷଡଙ୍ଗୀ ଏବଂ ଲକ୍ଷ୍ମୀ ଚନ୍ଦ୍ର ଟାକ୍ରୀ ଯୋଗଦେଇ ଦଳର ନୀତି, ଆଦର୍ଶ ଓ ଆଗାମୀ କାର୍ଯ୍ୟଯୋଜନା ସମ୍ପର୍କରେ ନିଜ ମତାମତ ରଖିଥିଲେ। ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ଅନେକ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେଇ ସାଙ୍ଗଠନିକ ସୁଦୃଢ଼ତା, ଜନସମସ୍ୟାର ସମାଧାନ ଏବଂ ଦଳୀୟ କାର୍ଯ୍ୟକ୍ରମକୁ ଗାଁ ଗାଁରେ ପହଞ୍ଚାଇବା ନେଇ ଆଲୋଚନା କରିଥିଲେ। ବୈଠକ ଶେଷରେ ଆଗାମୀ ଦିନରେ ଦଳୀୟ କାର୍ଯ୍ୟକଳାପକୁ ଆହୁରି ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କ ମଧ୍ୟରେ ଦଳର ବାର୍ତ୍ତା ପହଞ୍ଚାଇବା ପାଇଁ ସମସ୍ତ କର୍ମୀ ସଂକଳ୍ପବଦ୍ଧ ହୋଇଥିଲେ। ବୈଠକଟି ସଫଳତାର ସହ ସମାପ୍ତ ହୋଇଥିଲା।
ଶେଖର ଖୁରା ଙ୍କ ରିପୋର୍ଟ ନବରଙ୍ଗପୁର
