Hot Posts

6/recent/ticker-posts

ତେନ୍ତୁଳିଖୁଣ୍ଟି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର, ୦୮/୦୬ ( ଶେଖର ଖୁରା ) : ଆଜି ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଡ଼ ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ । ଶିବିରରେ ମୋଟ ୨୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଏବଂ ୪ଟି ଗ୍ରାମ୍ୟ ଓ ସାମୁହିକ ସମସ୍ୟା ଆବେଦନ ଥିଲା।



ଶେଖର ଖୁରା ଙ୍କ ରିପୋର୍ଟ ନବରଙ୍ଗପୁର