ଧାନମଣ୍ଡି ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହତ୍ୟା ନା ଆତ୍ମହତ୍ୟା? ଘଟଣାର କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଜାରି
କୋକସରା, ୨୯/୦୬ ( ରିତେଶ କୁମାର ମୁଣ୍ଡ ) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଡାଲଗୁମା ଧାନମଣ୍ଡି ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଶୁକଦେବ ଧରୁଆ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ଘଟଣାଟି ହତ୍ୟା ନା ଆତ୍ମହତ୍ୟା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ପୋଲିସ ପକ୍ଷରୁ ମୃତଦେହ ର ବ୍ୟବଚ୍ଛେଦ ରିପୋର୍ଟ ଓ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି।