Hot Posts

6/recent/ticker-posts

ଝରିଗାଁ ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଝରିଗାଁ, ୨୯/୦୬ (ନକୁଲ ଭତରା) : ଆଜି ଝରିଗାଁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର , ଝରିଗାଁ ବିଡିଓଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ସିଧାସଳଖ ଶୁଣିଥିଲେ। ଶିବିରରେ ମୋଟ ୨୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଏବଂ ୦୭ଟି ସାମୂହିକ ଅଭିଯୋଗ ଥିଲା। ଏଥିମଧ୍ୟରୁ ୦୨ଟି ଅଭିଯୋଗର ସମାଧାନ ଶିବିରସ୍ଥଳରେ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକୁ ସମ୍ପୃକ୍ତ ବିଭାଗକୁ ପ୍ରେରଣ କରାଯାଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ଜିଲ୍ଲା ରେଡ୍ କ୍ରସ୍ ପାଣ୍ଠିରୁ ଚିକିତ୍ସା ସହାୟତା ବାବଦ ୦୧ ଜଣ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।