ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୋଲିସର କଡ଼ା ପ୍ରସ୍ତୁତି, DGPଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
କଟକ, ୧୦/୦୬ ( କାହୁଁ ଚରଣ ବାରିକ ) : ଆସନ୍ତା ଜୁନ୍ ୨୯ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ସୁରକ୍ଷିତ ଓ ଶୃଙ୍ଖଳିତ ପରିଚାଳନା ପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଭିଡ଼ ନିୟନ୍ତ୍ରଣ, ଯାତାୟାତ ପରିଚାଳନା ଏବଂ ସାମଗ୍ରିକ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ବୈଠକରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ସମସ୍ତ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଭକ୍ତମାନଙ୍କ ପାଇଁ ଏକ ସୁରକ୍ଷିତ ଓ ସୁବ୍ୟବସ୍ଥିତ ପରିବେଶ ସୁନିଶ୍ଚିତ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।