Hot Posts

6/recent/ticker-posts

କୋଲନରା ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ, ୨୨/୦୬ ( ଭି. ଗୌରି ଶଙ୍କର ରାଓ ) : ତା: ୨୨.୦୬.୨୦୨୬ରିଖ ଦିନ ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲନାରା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୋସନାର ବର୍ଲା , ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ, ବନଖଣ୍ଡ ଅଧିକାରୀ ଶ୍ରୀ ସଚିନ ଅନାସାହେବ ଓହଲ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୪୭ ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୨ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ବିଶେଷକରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ରେଡକ୍ରସ ପାଣ୍ଠିରୁ ୨୮,୦୦୦ ଟଙ୍କା ୪ ଜଣ ଅଭିଯୋଗକାରୀଙ୍କୁ ଦିଆଯାଇଥିଲା। ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ସମାଧାନ କରିଥିଲେ।