Hot Posts

6/recent/ticker-posts

ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ଜିଲ୍ଲା କଂଗ୍ରେସର ବିକ୍ଷୋଭ, କୁଶପୁତ୍ତଳିକା ଦାହ

ଭବାନୀପାଟଣା, ୨୪/୦୭ ( ବିଷ୍ଣୁ ଚରଣ ସ୍ୱାଇଁ ) : ଭବାନୀପାଟଣାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଛାତ୍ର ଆନ୍ଦୋଳନ ପ୍ରସଙ୍ଗକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦଳର ଅଭିଯୋଗ ଅନୁଯାୟୀ, ଦିଲ୍ଲୀ ଓ ଭୁବନେଶ୍ୱରରେ କଂଗ୍ରେସ ନେତା ଓ ଆନ୍ଦୋଳନକାରୀଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନର ପ୍ରତିବାଦରେ ଏହି ବିକ୍ଷୋଭ ଆୟୋଜନ କରାଯାଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଜିଲ୍ଲା କଂଗ୍ରେସ ଦଳ ପକ୍ଷରୁ ଆୟୋଜିତ ଏହି ବିକ୍ଷୋଭରେ ଦଳୀୟ କର୍ମୀମାନେ ସ୍ଲୋଗାନ ଦେଇ କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ ଜଣାଇଥିଲେ। ଦଳର କହିବା ଅନୁସାରେ, ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଏବଂ କଂଗ୍ରେସ ନେତାମାନଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନର ପ୍ରତିବାଦରେ ଏହି ଆନ୍ଦୋଳନ କରାଯାଇଛି। ବିକ୍ଷୋଭରେ ଜିଲ୍ଲା କଂଗ୍ରେସ ସଭାପତି ଜଳନ୍ଧର ନାଏକ, ବରିଷ୍ଠ କଂଗ୍ରେସ ନେତା ଉଛବ ସାହୁ, ପୂର୍ବତନ ଜିଲ୍ଲା ସଭାପତି ଭାରତ ଭୂଷଣ ବେମାଲ, ମହମଦ ସାହେବ, ସରୋଜ ବାଗ, ସନ୍ତୋଷ ପଣ୍ଡା, ଦୀନେଶ ବାଗ, ସୁକାନ୍ତ ବିଶିଙ୍କ ସମେତ ଅନେକ କଂଗ୍ରେସ କର୍ମୀ ଯୋଗଦେଇଥିଲେ। ସେମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଥିଲେ।



କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ