Hot Posts

6/recent/ticker-posts

ଶିକ୍ଷକ ସମସ୍ୟାରେ ବିଇଓଙ୍କ ଦ୍ୱାରସ୍ତ ଗ୍ରାମବାସୀ

କଳାହାଣ୍ଡି, ୨୨/୦୭ ( ବିଷ୍ଣୁ ଚରଣ ସ୍ୱାଇଁ ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଛି ଗୁରୁତର ଶିକ୍ଷକ ସମସ୍ୟା। ୬୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷକ ଥିବାରୁ ପାଠପଢ଼ା ବ୍ୟାହତ ହେଉଥିବା ଅଭିଯୋଗ କରି ବ୍ଲକ ଶିକ୍ଷା ଅଧିକାରୀଙ୍କ ଦ୍ୱାରସ୍ତ ହୋଇଛନ୍ତି ଗ୍ରାମବାସୀ। ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ସେମାନେ ଦାବି କରିଛନ୍ତି। ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବଲବସପୁର ଭାଟିପଡା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬୦ରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟରେ ଦୁଇଟି ଶିକ୍ଷକ ପଦବୀ ଥିଲେ ମଧ୍ୟ ଜଣେ ଶିକ୍ଷକ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବାରୁ ସମସ୍ତ ଶିକ୍ଷାଦାନର ଭାର ଜଣେ ଶିକ୍ଷକଙ୍କ ଉପରେ ପଡ଼ୁଛି। ଏହା ଫଳରେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଗୁରୁତର ଭାବେ ପ୍ରଭାବିତ ହେଉଥିବା ଅଭିଯୋଗ କରି ଗ୍ରାମବାସୀ ନର୍ଲା ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଭେଟି ତୁରନ୍ତ ଆଉ ଜଣେ ଶିକ୍ଷକ ନିଯୁକ୍ତି ପାଇଁ ଦାବି ଜଣାଇଛନ୍ତି। ଅନ୍ୟପକ୍ଷରେ, ନର୍ଲା ବ୍ଲକ ଶିକ୍ଷା ଅଧିକାରୀଙ୍କ ପଦୋନ୍ନତି ହୋଇ ଅନ୍ୟତ୍ର ବଦଳି ହୋଇଥିବାରୁ ଏହି ପ୍ରସଙ୍ଗରେ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା କେବେ ସମାଧାନ ହେବ, ତାହାକୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଚିନ୍ତା ବଢ଼ିଛି।




ବିଷ୍ଣୁ ଚରଣ ସ୍ୱାଇଁଙ୍କ ରିପୋର୍ଟ, କଳାହାଣ୍ଡି, ଭବାନୀପାଟଣା।