Hot Posts

6/recent/ticker-posts

ଦରମା ବିଲ୍ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ

ଥୁଆମୂଲ ରାମପୁର, ୨୨/୦୭ ( ବିଷ୍ଣୁ ଚରଣ ସ୍ୱାଇଁ ) : କଳାହାଣ୍ଡି ଜିଲ୍ଲା ଥୁଆମୂଲ ରାମପୁର ସ୍ଥିତ ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣାଙ୍କୁ ଭିଜିଲାନ୍ସ ବିଭାଗ ଲାଞ୍ଚ ନେଉଥିବା ବେଳେ ରଙ୍ଗେହାତ ଧରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ପରିଚାଳନା କରୁଥିବା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ମହିଳାମାନଙ୍କ ତିନି ମାସର ବକେୟା ଦରମା ବିଲ୍ ପ୍ରସ୍ତୁତ ଓ ପାସ୍ କରାଇଦେବା ପାଇଁ ସେ ୧୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଅଭିଯୋଗ ଆଧାରରେ ଭିଜିଲାନ୍ସ ଅଧିକାରୀମାନେ ଯୋଜନାବଦ୍ଧ ଚଢ଼ାଉ କରି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ତାଙ୍କୁ ମାଡ଼ି ବସିଥିଲେ। ଘଟଣା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ଭବାନୀପାଟଣା ସ୍ଥିତ ଭଡ଼ା ଘରେ ମଧ୍ୟ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି। ଘଟଣାରେ ଅଧିକ ତଦନ୍ତ ଚାଲିଥିବା ବେଳେ ଭିଜିଲାନ୍ସ ପକ୍ଷରୁ ବିସ୍ତୃତ ସୂଚନାକୁ ଅପେକ୍ଷା କରାଯାଉଛି।



କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ