Hot Posts

6/recent/ticker-posts

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ହତ୍ୟା, ଦୁଇ ଅଭିଯୁକ୍ତ ଗିରଫ

ଜୟପାଟଣା, ୨୬/୦୭ ( ବିଷ୍ଣୁ ଚରଣ ସ୍ୱାଇଁ ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗାଁରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଘଟଣାରେ ଜୟପାଟଣା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି। ମୃତକ ହେଲେ କୁମଜୋର ଗାଁର ସୁବେ ଶବର (୫୦)। ସୂଚନା ଅନୁଯାୟୀ, ଗତକାଲି ସକାଳ ପ୍ରାୟ ୯ଟାରେ ସୁବେ ଶବର ଓ ତାଙ୍କ ସ୍ତ୍ରୀ ସତ୍ୟ ଶବର ନିଜ ଚାଷ ଜମିକୁ କାମ କରିବା ପାଇଁ ଯାଇଥିଲେ। ସନ୍ଧ୍ୟା ପ୍ରାୟ ୪ଟାରେ ଘରକୁ ଫେରୁଥିବା ବେଳେ ପୂର୍ବ ଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗାଁର ଜଗନ୍ନାଥ ଶବର ଓ ଦେସେରାମ ଶବର ଲାଠି ଓ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଆହତ ଅବସ୍ଥାରେ ସୁବେ ଶବରଙ୍କୁ ଆମ୍ବୁଲାନ୍ସ ଯୋଗେ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଜୟପାଟଣା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଗିରଫ କରିଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି।



କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ