ଚାଳନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନମହୋତ୍ସବ ପାଳନ - ସଚେତନତା ସଭା ପରେ ଚାରରୋପଣ କଲେ ଛାତ୍ରଛାତ୍ରୀ
ସିନାପାଲି, ୦୭/୦୭ ( ପରମେଶ୍ୱର ମେହେର ) : ବନମହୋତ୍ସବ ସପ୍ତାହ ପାଳନ ଅବସରରେ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଚଳନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବନମହୋତ୍ସବ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ଯୋଷୀଙ୍କ ସଭାପତିତ୍ୱରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l ସଭାରେ ଶିକ୍ଷୟିତ୍ରୀ ମମିତା ପଟ୍ଟଯୋଶୀ, ଶିକ୍ଷକ ବୈଷ୍ଣବ ମେହେର, ଉଗ୍ରେସନ ହଂସ, ଶିକ୍ଷୟିତ୍ରୀ ସୁମିତ୍ରା ମେହେର ପ୍ରମୁଖ ଉପସ୍ଥିତ ରହି ବନମହୋତ୍ସବ ପାଳନର ଉଦ୍ଦେଶ୍ୟ ଓ ବୃକ୍ଷର ମହତ୍ୱ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ l ବୃକ୍ଷରୋପଣ ସହ ଏହାର ଯତ୍ନ ନେବାକୁ ସମସ୍ତଙ୍କୁ ଆହ୍ୱାନ କରାଯାଇଥିଲା l ଏହା ପରେ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଇଥିଲା l