ଫୁଲବାଣୀ, ୦୪/୦୭ ( ବାଳକୃଷ୍ଣ କହଁର ) : ବିକଶିତ ଭାରତ ରୋଜଗାର ଏବଂ ଆଜୀବିକା ଗ୍ୟାରେଣ୍ଟି ମିଶନ (ଗ୍ରାମୀଣ) [VB-G RAM (G)] ଯୋଜନାର ଶୁଭାରମ୍ଭକୁ ସ୍ମରଣୀୟ କରିବା ସହ ଜନସାଧାରଣଙ୍କ ମଧ୍ୟରେ ଯୋଜନା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ତା. ୦୨.୦୭.୨୦୨୬ ରିଖ ଦିନ ପୂର୍ବାହ୍ନ ୧୧.୦୦ ଘଟିକାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଫୁଲବାଣୀଠାରେ ମାନ୍ୟବର ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ ଜନ ସମ୍ମିଳନୀ ତଥା ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜିତ ହୋଇ ସଫଳତାର ସହ ସମ୍ପନ୍ନ ହୋଇଥିଲା। କାର୍ଯ୍ୟକ୍ରମର ପ୍ରାରମ୍ଭରେ ମାନ୍ୟବର ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ପରବର୍ତ୍ତୀ ସମୟରେ ଫୁଲବାଣୀ ବିଧାୟକ ଉମଚରଣ ମଲ୍ଲିକ, ଜିଲ୍ଲାପାଳ ବେଦ ଭୂଷଣ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ କନ୍ଧମାଳ ଶମ୍ଭୁନାଥ ନନ୍ଦୀ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ Line Departments ଏବଂ ସମସ୍ତ ବ୍ଲକରୁ ବ୍ଲକ ଉନ୍ନୟନ ଅଧିକାରୀ (BDO), ସହକାରୀ ନିର୍ବାହୀ ଯନ୍ତ୍ରୀ (AEE), ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (APO), ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ସଦସ୍ୟା, ଜବ୍ କାର୍ଡଧାରୀ, ସରପଞ୍ଚ, ପଞ୍ଚାୟତ ସମିତିର ଅଧ୍ୟକ୍ଷ/ଅଧ୍ୟକ୍ଷା ଏବଂ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ଏହାପରେ ଆୟୋଜିତ ସଭାରେ VB-G RAM (G) ଯୋଜନାର ଲକ୍ଷ୍ୟ, ଉଦ୍ଦେଶ୍ୟ, ବୈଶିଷ୍ଟ୍ୟ, କାର୍ଯ୍ୟାନ୍ୱୟନ ପ୍ରକ୍ରିୟା ଏବଂ ଗ୍ରାମୀଣ ରୋଜଗାର ଓ ଆଜୀବିକା ବିକାଶରେ ଏହାର ଗୁରୁତ୍ୱ ସମ୍ପର୍କରେ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ମାନ୍ୟବର ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ପ୍ରଶାସନ, ପଞ୍ଚାୟତ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ସାଧାରଣ ଜନସାଧାରଣଙ୍କ ସମନ୍ୱିତ ଓ ସକ୍ରିୟ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ VB-G RAM (G) ଯୋଜନାର ଔପଚାରିକ ଶୁଭାରମ୍ଭ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ, କନ୍ଧମାଳର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପ୍ରଶାସନ) ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ କାର୍ଯ୍ୟକ୍ରମଟି ସୁପରିଚାଳିତ ଭାବେ ସମାପ୍ତ ହୋଇଥିଲା ଏବଂ ଉପସ୍ଥିତ ସମସ୍ତେ VB-G RAM (G) ବ୍ବର୍ଵବ୍ ଯୋଜନାର ସଫଳ ରୂପାୟନ ପାଇଁ ସମନ୍ୱିତ ପ୍ରୟାସ ଜାରି ରଖିବାକୁ ଦୃଢ଼ ସଂକଳ୍ପ ବ୍ୟକ୍ତ କରିଥିଲେ।
କନ୍ଧମାଳ ରୁ ଜିଲ୍ଲା ପ୍ରତିନିଧି ବାଳକୃଷ୍ଣ କହଁର ଙ୍କ ରିପୋର୍ଟ
