Hot Posts

6/recent/ticker-posts

ଭଞ୍ଜନଗର ଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗର, ୧୫/୦୮ ( ଜେ. କେ ପଟ୍ଟନାୟକ ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜେଲ ପଡ଼ିଆ ଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଦେଶପ୍ରେମ ଓ ଉତ୍ସାହର ପରିବେଶରେ ମହାସମାରୋହରେ ପାଳିତ ହୋଇଯାଇଛି। ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ, ଏନ୍‌ସିସି ଓ ସ୍କାଉଟ୍ କ୍ୟାଡେଟ୍‌ଙ୍କ ପରେଡ୍ ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଉପଜିଲ୍ଲାପାଳ ଦେଶର ସ୍ୱାଧୀନତା ପାଇଁ ଜୀବନ ଉତ୍ସର୍ଗ କରିଥିବା ମହାନ ସ୍ୱାଧୀନତା ସଂଗ୍ରାମୀ ଓ ଦେଶପ୍ରେମୀମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଗୌରବମୟ ପ୍ରାଚୀନ ସଭ୍ୟତା, ସଂସ୍କୃତି ଓ ପରମ୍ପରାରେ ସମୃଦ୍ଧ ଘୁମୁସର ମାଟି ଓଡ଼ିଶାର ମାନଚିତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ବହନ କରୁଛି, ତେଣୁ ଘୁମୁସର ଉପଖଣ୍ଡରେ କୃଷି ଓ କୃଷକଙ୍କ ଉନ୍ନତି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଭିତ୍ତିଭୂମି ବିକାଶକୁ ପ୍ରଶାସନ ପକ୍ଷରୁ ପ୍ରାଥମିକତା ଦିଆଯାଉଥିବା ଉପଜିଲ୍ଲାପାଳ ଶ୍ରୀ ବେହେରା ପ୍ରକାଶ କରିଥିଲେ।ଏହି ଅବସରରେ ଉପଖଣ୍ଡସ୍ତରୀୟ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହାପରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦେଶପ୍ରେମ ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସ୍ୱାଧୀନତା ଦିବସ ଅବସରରେ ପ୍ରାତଃ ସମୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସହରରେ ‘ରାମଧୁନ’ ପରିକ୍ରମା କରିଥିଲା। ଏଥିସହ ସ୍ଥାନୀୟ ଚିକିତ୍ସାଳୟରେ ରୋଗୀ, ଚିଦାନନ୍ଦ କୁଷ୍ଠାଶ୍ରମର ଅନ୍ତେବାସୀ ଓ ତନରଡ଼ାସ୍ଥିତ ଜରାଶ୍ରମର ଅନ୍ତେବାସୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା।