Hot Posts

6/recent/ticker-posts

ଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୨ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, ୨୪/୦୮ ( ଜଗଦିଶ ମେହେର ) : ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ. କେ. ହରି ପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୪୨ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୨୯ଟି ବ୍ୟକ୍ତିଗତ ଓ ୧୩ଟି ସାମୁହିକ ଦରଖାସ୍ତ ଗ୍ରହଣ ହୋଇଥିଲା। ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର ମେହେର, ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର ଡାକ୍ତର ଉଷାରାଣୀ ଦାଶ, ଉପଖଣ୍ଡ ପୋଲିସ (ଥାନା) ଅଧିକାରୀ, ବୀରମହାରାଜପୁର ଶ୍ରୀ ହେମନ୍ତ ରାଓ ପ୍ରମୁଖ ମଞ୍ଚାସିନ ଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଉଲୁଣ୍ଡା ଶ୍ରୀ ଦିଲ୍ଲୀପ କୁମାର ବାରା ଦ୍ୱାରା ଆୟୋଜିତ ଏହି ଶିବିରରେ ତହସିଲଦାର ଶ୍ରୀମତୀ ମମତା ମେହେର, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।