Hot Posts

6/recent/ticker-posts

ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ସ୍ୱାଧୀନତା ଦିବସ ପାଳିତ

ରାୟଗଡ, ୧୬/୦୮ ( ଭି. ଗୌରି ଶଙ୍କର ରାଓ ) : ରାୟଗଡ ନ୍ୟୁ କଲୋନୀ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ସ୍ୱାଧୀନତା ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଶିକ୍ଷାବିତ୍ ଡଃ ଦୁଷ୍ମନ୍ତ କୁମାର ମହାନ୍ତି ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ପିଲାମାନେ କିପରି ଆମ ଦେଶର ସ୍ବାଧୀନତା ର ସୁରକ୍ଷା ଦିଗରେ ସଚେତନ ହେବେ ସେ ବିଷୟରେ ବକ୍ତବ୍ୟ ରଖିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ରମେଶ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ର ସଭାପତି ନୀଳମଣି ପାଟ୍ଟଯୋଶୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବକ୍ତୃତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଇଥିଲା । ମୂଖ୍ୟ ଅତିଥି ଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅଭିଭାବକ, ବୁଦ୍ଧିଜୀବୀ ଓ ବିଭିନ୍ନ ଗଣମାଧ୍ୟମ ର ପ୍ରତିନିଧି ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟ ର ଶିକ୍ଷା ସଂଯୋଜିକା ସୁନୀତା ଖାଡାଙ୍ଗା ଧନ୍ୟବାଦ ଅର୍ପଣ କରିଥିଲେ ।ଜିଲ୍ଲା ସ୍କୁଲ ପଡ଼ିଆରେ ଆୟୋଜିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରି ଓ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ ଶ୍ରୀୟାସିତ୍ ପରିଡା ଜିଲ୍ଲା ସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲାପାଳଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ।