କଳାହାଣ୍ଡି, ୨୮/୦୮ ( ବିଷ୍ଣୁ ଚରଣ ସ୍ୱାଇଁ ) : କଳାହାଣ୍ଡି ଜିଲ୍ଲା, ଲାଞ୍ଜିଗଡ ବ୍ଲକ କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଠାରେ ଲାଞ୍ଜିଗଡ ପଞ୍ଚାୟତ ସମିତିର ୧୩"ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲାଞ୍ଜିଗଡ ବିଡ଼ିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ ଅତିରିକ୍ତ ତହସିଲଦାର ସତ୍ୟବ୍ରତ ନାୟକ, ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ନାଏକ, କଳାହାଣ୍ଡି ସାଂସଦ ପ୍ରତିନିଧି ନରେନ୍ଦ୍ର ବେହେରା, ଲାଞ୍ଜିଗଡ ବିଧାୟକ ପ୍ରତିନିଧି ପ୍ରଦୀପ ଘଡେଇ, ଲାଞ୍ଜିଗଡ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ଦୀପ ନାୟକ ପ୍ରମୁଖ ମଞ୍ଚାସିନ ଥିଲେ I ଲାଞ୍ଜିଗଡ଼ ବିଡିଓ ଶ୍ରୀ ପାତ୍ର ଅନୁଷ୍ଠିତ ବୈଠକରେ ସ୍ୱାଗତ ଅଭିଭାଷଣ ସହିତ ବିବରଣୀ ପାଠ କରିଥିଲେ I ସଭା ଆରମ୍ଭରେ ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରାଯାଇ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ବୈଠକରେ ବ୍ଲକର ୨୬ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଦସ୍ୟଙ୍କ ସହ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦେଇ ବ୍ଲକର ବିଭିନ୍ନ ଉନ୍ନୟନମୂଳକ ପ୍ରସଙ୍ଗ ଉପରେ ଆଲୋଚନା କରIଯାଇଥିଲେ । ଏହି କାର୍ଯ୍ୟକ୍ରମରେ ଲାଞ୍ଜିଗଡ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର, ବନବିଭାଗ ଏସି.ଏଫ ନରୋତ୍ତମ ମାଝୀ,ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ଦସମନ୍ତ ମାଝୀ, ଜଳଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ଚନ୍ଦନ କୁମାର ସିଂ,ବ୍ଲକ ଯୋଗାଣ ନିରୀକ୍ଷକ ଦିଲୀପ ନାୟକ,ସାମାଜିକ ସୁରକ୍ଷା ଅଧିକାରୀ ଅରବିନ୍ଦ ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ଶ୍ୟାମ ସୁନ୍ଦର ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଅସିତ ଖଟୁଆ,ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ଛବି କୁମାର ସାହୁ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ I ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ବିଜୁଳି, କୃଷି, ବନ ବିଭାଗ, କୁଟିଆ କନ୍ଧ ଉନ୍ନୟନ ସଂସ୍ଥା, ମନରେଗା,ଗ୍ରାମ୍ୟ ଗୃହ ନିର୍ମାଣ ସମେତ ଅନ୍ୟାନ୍ୟ ବିଭାଗ ସମ୍ପର୍କରେ ଆଲୋଚନା କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇ ନିଜ ନିଜର କାର୍ଯ୍ୟକ୍ରମ ଉପସ୍ଥାପନ କରିଥିଲେ I ଏଥିରେ ବ୍ଲକର ୨୬ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଦସ୍ୟ,ସଦସ୍ୟା ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ଆଜିର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ କନିଷ୍ଟ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ସମେତ ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I
କଳାହାଣ୍ଡି ଜିଲ୍ଲା, ରୁ ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ
