Hot Posts

6/recent/ticker-posts

କଟକ ଇଣ୍ଡୋର ଷ୍ଟାଡିୟମ ଠାରେ ଆରମ୍ଭ ହୋଇଥିବା ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ.

କଟକ, ୦୬/୦୯ ( କାହୁଁ ଚରଣ ବାରିକ ) : କଟକ ଇଣ୍ଡୋର ଷ୍ଟାଡିୟମ ଠାରେ ଆରମ୍ଭ ହୋଇଥିବା ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ. ସଂଗଠନକୁ ଆହୁରି ସୁଦୃଢ଼ କରିବା, ଲୋକଙ୍କ ଆଶା-ଆକାଂକ୍ଷାକୁ ପ୍ରାଥମିକତା ଦେବା ଏବଂ ଓଡ଼ିଶାର ସାମଗ୍ରିକ ବିକାଶକୁ ନୂଆ ଗତି ଦେବା ନେଇ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଥିଲା । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହୋଦୟ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମହୋଦୟ, ମାନନୀୟା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହୋଦୟା, ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ ମହୋଦୟ , କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ ମହୋଦୟ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର ମହୋଦୟ, ସହ-ପ୍ରଭାରୀ ଶ୍ରୀମତୀ ଲତା ଉସେଣ୍ଡି ମହୋଦୟା ଏବଂ ରାଜ୍ୟ ସଂଗଠନ ମହାମନ୍ତ୍ରୀ ଶ୍ରୀ ମାନସ ମହାନ୍ତି ମହୋଦୟଙ୍କ ସମେତ ଦଳର ବରିଷ୍ଠ ନେତୃବୃନ୍ଦ, ସାଂସଦ, ବିଧାୟକ ଓ ପଦାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଭାରତୀୟ ଜନତା ପାର୍ଟିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଅନୁଷ୍ଠିତ ହୋଇଯାଇଛି. ଏହି ବୈଠକ ରେ ରାଜ୍ୟ ର ସମସ୍ତ ବିଧାୟକ, ସାଂସଦ ଓ ନେତୃମଣ୍ଡଳୀ ପ୍ରମୁଖ ଉପସ୍ଥିତ ଥିଲେ.