Hot Posts

6/recent/ticker-posts

ନର୍ଲା ବ୍ଲକରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

ଭବାନୀପାଟଣାତା, ୨୮/୦୯ ( ବିଷ୍ଣୁ ଚରଣ ସ୍ୱାଇଁ ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଆଜି ନର୍ଲା ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ତନ୍ମୟ କୁମାର ଦରୱାନ , ଡି ଏଫ୍ ଓ ଉତ୍ତର ପ୍ରଭାକର ବର୍ମା,ଡି ଏଫ୍ ଓ ଦକ୍ଷିଣ ଆର୍ କାଲାଇଭନନ୍ ଏବଂ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ , ନର୍ଲା ବି ଡି ଓ ବିପିନ ବିହାରୀ ଦୀପ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୦ଟି ସାମୂହିକ ଅଭିଯୋଗ ରହିଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୫ଟି ଅଭିଯୋଗର ତତ୍କାଳ ସମାଧାନ ଘଟଣାସ୍ତଳରେ କରାଯାଇଥିଲା। ୩ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ବାବଦ ସହାୟତା ପ୍ରଦାନ କରାଗଲା। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଅଭିଯୋଗଗୁଡ଼ିକର ତ୍ୱରିତ, ନ୍ୟାୟସଙ୍ଗତ ଓ ଗୁଣାତ୍ମକ ଫଇସଲା କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ୧୯ ଜଣଙ୍କୁ ନୂତନ ଭାବେ ରାସନ କାର୍ଡ ପ୍ରଦାନ କରାଯାଇଥିଲା।