Hot Posts

6/recent/ticker-posts

ବରୀ ବ୍ଲକ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ

ବରୀ, ୦୯/୦୯ ( ରଂଜିତ ମହାନ୍ତି ) : ବରୀ ବ୍ଲକ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ UDID ସାର୍ଟିଫିକେଟ ବିତରଣ ଓ ଭ୍ରାମ୍ୟମାଣ ସାମର୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମରେ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଓ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରି ଫିତା କାଟି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପରେ ଷ୍ଟଲ ବୁଲି ରୋଗୀଙ୍କ ସମସ୍ୟା ପଚାରି ବୁଝିଥିଲେ।