Hot Posts

6/recent/ticker-posts

ଜିଲ୍ଲାସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକଙ୍କ ପ୍ରଶିକ୍ଷଣ ସମ୍ମିଳନୀ ଓ ଅଭିମୁଖୀକରଣ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, ୦୭/୦୯ ( ଜଗଦିଶ ମେହେର ) : ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକଙ୍କ ପ୍ରଶିକ୍ଷଣ ସମ୍ମିଳନୀ-ସହ-ଅଭିମୁଖୀକରଣ କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଘନଶ୍ୟାମ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରର ଭାରପ୍ରାପ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ତଥା ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ ଶ୍ରୀ ନାରାୟଣ ନାୟକ ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଉଲୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଅଜୟ ଲୁହା, ସୁବର୍ଣ୍ଣପୁର ଏବଂ ବିନିକାର ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ ମିଶ୍ର ଏବଂ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ଅମ୍ଲାନ କୁମାର ପାଣ୍ଡିଆ ଯୋଗଦେଇଥିଲେ। କ୍ରୀଡ଼ା ପ୍ରଶିକ୍ଷଣରେ ଡିପ୍ଲୋମା କରିଥିବା ଶ୍ରୀ ବିଭୁଦତ୍ତ ରଥ, ପ୍ରଶିକ୍ଷକ ଶ୍ରୀ ଜୀବନଜ୍ୟୋତି ନାୟକ ଏବଂ ଶ୍ରୀ ଦିଲ୍ଲୀପ କୁମାର କୁଅଁର ଏବଂ ତାଇକ୍ୱାଣ୍ଡୋ ପ୍ରଶିକ୍ଷକ ଶ୍ରୀ ଅନ୍ବେଷ ହୋତା ଯୋଗଦେଇ ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କୁ ବିଭିନ୍ନ କ୍ରୀଡ଼ା ସମ୍ପର୍କରେ ସବିଶେଷ ତାଲିମ ପ୍ରଦାନ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜି ବିଶ୍ୱନାଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା। ଅଧ୍ୟାପିକା ଶ୍ରୀମତୀ ସନ୍ତୋଷିନୀ ନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।