Hot Posts

6/recent/ticker-posts

ଆଇନସେବା ପ୍ରାଧିକରଣ ରୟଗଡ ଦ୍ୱାରା ଆଇନ ସଚେତନତା ଶିବିର

ରାୟଗଡ଼ା, ୧୧/୧୦ ( ଭି. ଗୌରୀ ଶଙ୍କର ରାଓ ) : ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୦.୧୦.୨୦୨୬ ରିଖ ଶନିବାର ସକାଳ ଘ ୯.୦୦ମି ରେ ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରାୟଗଡ଼ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡ ତରଫରୁ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡ ମନୋରୋଗ ବିଶେଷଜ୍ଞ ଶ୍ରୀ ରାକେଶ ପାଢ଼ୀ ଓ ଅନ୍ୟ ଡlକ୍ଟର, ପି.ଏଲ୍. ଭି କୁମାରି ବାଡତ୍ୟା ଓ ଅନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଥିବା ସମସ୍ତ ଅତିଥିମାନଙ୍କ ଦ୍ୱାରା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ମେଡିସିନ୍ ୱାର୍ଡରେ ଚିକିତ୍ସାଧୀନ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା l ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ରୋଗୀମାନଙ୍କ ପ୍ରତି ସ୍ନେହ, ସହାନୁଭୂତି ଓ ମାନବିକତାର ଭାବନା ପ୍ରକାଶ କରିବା ସହିତ ମାନସିକ ସ୍ୱାସ୍ଥ୍ୟର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା l ସର୍ବୋପରି ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରାୟଗଡ଼ର ସମସ୍ତ ରୋଗୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I