ଓଡ଼ିଶା ବନ୍ଦ: ଭବାନୀପାଟଣାରେ ପ୍ରଭାବ
କଳାହାଣ୍ଡି, ୦୮/୧୦ ( ବିଷ୍ଣୁ ଚରଣ ସ୍ୱାଇଁ ) : ‘ଭୋଟ୍ ବଞ୍ଚାଅ, ଦେଶ ବଞ୍ଚାଅ’ ନାରାରେ ଆଜି ଓଡ଼ିଶା ବନ୍ଦ । ଏମ୍ଏମ୍ଡିଆର ଆଇନ ପ୍ରତ୍ୟାହାର ସହ ମୁଖ୍ୟ ନିର୍ବାଚନ କମିଶନଙ୍କ ଇସ୍ତଫା ଦାବିରେ କଂଗ୍ରେସ ଓ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦର ପ୍ରଭାବ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ମଧ୍ୟ ଦେଖିବାକୁ ମିଳିଛି । ବନ୍ଦକୁ ସମର୍ଥନ କରି ଭବାନୀପାଟଣା ସହରର ବିଭିନ୍ନ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାସ୍ତାରେ ଯାନବାହାନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଫଳରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି । ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଥିବା କୁହାଯାଇଛି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କଂଗ୍ରେସ ଓ ଇଣ୍ଡିଆ ମେଣ୍ଟ ପକ୍ଷରୁ କୁହାଯାଇଛି । ଭବାନୀପାଟଣାରେ ଓଡ଼ିଶା ବନ୍ଦର ପ୍ରଭାବ ସହରବାସୀଙ୍କ ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିଛି ।
କଳାହାଣ୍ଡି ରୁ ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ