Hot Posts

6/recent/ticker-posts

ସମ୍ଭାବ୍ୟ ପ୍ରବଳ ବୃଷ୍ଟିପାତର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

କଳାହାଣ୍ଡି, ୨୭/୧୦ ( ବିଷ୍ଣୁ ଚରଣ ସ୍ୱାଇଁ ) : ସମ୍ଭାବ୍ୟ ପ୍ରବଳ ବୃଷ୍ଟିପାତର ମୁକାବିଲା ଏବଂ ଜନସାଧାରଣଙ୍କ ସୁରକ୍ଷା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ଆଜି ଏକ ଗଣମାଧ୍ୟମ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର, ଅକ୍ଟୋବର ୨୭ ତାରିଖ ପୂର୍ବାହ୍ନ ୧୨ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ୍ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶଙ୍କ ଅଧ୍ୟକ୍ଷତାରେ ଏହି ସମ୍ମିଳନୀ ଆୟୋଜିତ ହୋଇଥିଲା। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ଆଗୁଆ ସତର୍କତା, ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ଏବଂ ଜନସାଧାରଣଙ୍କ ସୁରକ୍ଷା ସମ୍ପର୍କିତ ପ୍ରସ୍ତୁତି ଉପରେ ଏହି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।



କଳାହାଣ୍ଡି ରୁ ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ